ପର୍ଯ୍ୟଟନ ରାଜ୍ୟ

ଡିସେମ୍ବର ୧ରୁ ବାଲୁକା କଳା, କୋଣାର୍କ ଉତ୍ସବ-୨୦୨୧

କୋଣାର୍କ: ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ଅନୁପମ ସମାରୋହ କୋଣାର୍କ ଉତ୍ସବ-୨୦୨୧ ଆସନ୍ତା ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ଆୟୋଜନ ହେବ । ସେହିପରି କୋଣାର୍କ ପ୍ରେସ୍‌ କ୍ଲବ ପକ୍ଷରୁ ନଭେମ୍ବର ୩୦ରେ ସାଇକ୍ଲୋଥନ ଏବଂ ବସନ୍ତମଞ୍ଜରୀ ପାଠାଗାର ପକ୍ଷରୁ ୧ତାରିଖ ସକାଳେ ଗଣଦୌଡ଼ ଆୟୋଜନ ହେବ । ଏନେଇ ଗୁରୁବାର କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକ ପରେ ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ଏହି ସୂଚନା ଦେଇଛନ୍ତି ।

ଏଥିସହ ଚନ୍ଦ୍ରଭାଗାର ସ୍ବର୍ଣ୍ଣିମ ବେଳାଭୂମିରେ ୫ଦିନ ବ୍ୟାପୀ ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ ମଧ୍ୟ ଅନୁଷ୍ଠିତ ହେବ । ରାଜ୍ୟ ପର୍ଯ୍ୟଟନ ବିଭାଗ ଓ କୋଣାର୍କ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ୫ତାରିଖ ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ସାହିତ୍ୟ ଆସର ଓ ଚିତ୍ରକଳା ଶିବିର ହେବ । ପ୍ରମୁଖ ସଚିବ କହିଛନ୍ତି ଯେ ପ୍ରତ୍ୟହ ସନ୍ଧ୍ୟା ୬ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆମନ୍ତ୍ରିତ ନୃତ୍ୟାନୁଷ୍ଠାନର ପ୍ରଥିତଯଶା ନୃତ୍ୟଶିଳ୍ପୀମାନେ ଓଡ଼ିିଶୀ ସମେତ ଅନ୍ୟ ଶାସ୍ତ୍ରୀୟ ନୃତ୍ୟ ପରିବେଷଣ କରିବେ। ଚନ୍ଦ୍ରଭାଗା ବେଳାଭୂମିରେ ୩୦ ଷ୍ଟଲ୍‌ରେ ପ୍ରତ୍ୟହ ପୂର୍ବାହ୍ନ ୧୦ରୁ ରାତି ୯ଟା ପର୍ଯ୍ୟନ୍ତ ବାଲୁକା କଳା ପ୍ରଦର୍ଶିତ ହେବ।

ଓଡ଼ିିଶା ଲଳିତ କଳା ଏକାଡେମୀର ଅଧ୍ୟକ୍ଷ ତଥା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ଦେଶ ବିଦେଶର ଲବ୍ଧପ୍ରତିଷ୍ଠିତ ବାଲୁକା ଶିଳ୍ପୀମାନେ ଯୋଗଦେଇ ବାଲୁକା କଳା ପ୍ରସ୍ତୁତ କରିବେ। ଓଡ଼ିିଶା ସଙ୍ଗୀତ ନାଟକ ଏକାଡେମୀ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିିଶୀ ଗବେଷଣା କେନ୍ଦ୍ରର ମିଳିତ ସହଯୋଗରେ ଶାସ୍ତ୍ରୀୟ ନୃତ୍ୟ ନିମନ୍ତେ କଳାକାର ଚୟନ ସମ୍ପନ୍ନ ହୋଇଛି। ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, ଅତିରିକ୍ତ ଶାସନ ସଚିବ ରୀନା ମହାପାତ୍ର, ପ୍ରଖ୍ୟାତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରର ନିର୍ଦ୍ଦେଶିକା ଦୀପ୍ତି ମିଶ୍ର, ପୁରୀ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାସ, ଜିଲା ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ପି. ରାମାସ୍ବାମୀ, ନିମାପଡ଼ା ଏସ୍‌ଡିପିଓ ଦେବାଶିଷ ମିଶ୍ର, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

NewsLaxmi7

About Author

You may also like

ପର୍ଯ୍ୟଟନ

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଦୀର୍ଘଦିନ ପରେ କରୋନା କଟକଣା ମଧ୍ୟରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୋଭିଡ କଟକଣା ମାନି ଜାତୀୟ ଉଦ୍ୟାନରେ ବୁଲି
ପର୍ଯ୍ୟଟନ

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ, ଏହାର ଅଭିବୃଦ୍ଧି ପାଇଁ ଚଳିତବର୍ଷ ବଜେଟରେ 19 କୋଟି ଟଙ୍କା ବ୍ୟବସ୍ଥା

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ। 2019-20 ଆର୍ଥିକ ବର୍ଷରେ 46 ହଜାରରୁ ଅଧିକ ପର୍ଯ୍ୟଟକ ପରିବେଶ ପର୍ଯ୍ୟଟନର ସୁଯୋଗ ନେଇଥିଲେ। ଏଥିରୁ 6 କୋଟି 85 ଲକ୍ଷ