ରାଜ୍ୟ ସ୍ୱାସ୍ଥ୍ୟ

ଅମୃତ ମହୋତ୍ସବ ଅବସରରେ ସ୍ବାସ୍ଥ୍ୟ ପରୀକ୍ଷା ଶିବିର, ଅଭିଜ୍ଞ ଡାକ୍ତରୀ ଦଳ ପକ୍ଷରୁ ସ୍ବାସ୍ଥ୍ୟ ପରୀକ୍ଷା ସହ ମାଗଣାରେ ଔଷଧ ବଣ୍ଟନ

ରାଇରଙ୍ଗପୁର ୨୪।୧୧: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ‘ଆଜାଦୀ କା ଅମୃତ’ ମହୋତ୍ସବ ପାଳନ ଅବସରରେ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଗୋରୁମହିଷାଣିରେ ଉଦଘାଟିତ ହୋଇଯାଇଛି। ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଓ ଗୋରୁମହିଷାଣି ଲୌହଖଣି ଲିଜଧାରୀ ଘନଶ୍ୟାମ ମିଶ୍ର ଏଣ୍ଡ ସନ୍ସଙ୍କ ମିଳିତ ଉଦ୍ୟମରେ ଆୟୋଜିତ ଏହି ଶିବିରକୁ ଓଡିଶା ଶ୍ରମ ଉନ୍ନୟନ କମିଶନର ଉମେଶ ଚନ୍ଦ୍ର ମିଶ୍ର ଉଦଘାଟନ କରିଥିଲେ ।

ସକାଳ ୯ଟାରୁ ଅପରାହ୍ନ ୪ଘଣ୍ଟା ପର୍ଯ୍ୟନ୍ତ ଆୟୋଜିତ ଏହି ଶିବିରରେ ଅଭିଜ୍ଞ ଡାକ୍ତରୀ ଦଳ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହିତ ମାଗଣାରେ ଔଷଧ ଦିଆଯାଉଛି । ଭୁବନେଶ୍ବର ସ୍ଥିତ କଲ୍ୟାଣ କମିଶନର ଶ୍ରମିକମାନଙ୍କୁ ଇ-ଶ୍ରମ ପୋର୍ଟାଲ ଏବଂ ଖଣି ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣମୂଳକ ଯୋଜନା ସମ୍ପର୍କରେ ସଚେତନ କରାଇଥିଲେ। ଏହି ଅବସରରେ ଖଣି ମାଲିକ ଜଗଦୀଶ ମିଶ୍ର, ବରିଷ୍ଠ ସାମ୍ବାଦିକ ମନୋଜ ଦାସ, ଖଣି ପ୍ରବନ୍ଧକ ବିକାଶ ରଂଜନ ନାଏକ ନିଜ ନିଜ ବକ୍ତବ୍ୟରେ ଖଣି ଶ୍ରମିକମାନେ ଏହାର ସୁଯୋଗ ନେବାକୁ ଅନୁରୋଧ କରିଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ