କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟି ଆଉ ନାହାନ୍ତି।

ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟି ଆଉ ନାହାନ୍ତି। ଆଜି ଦିନ ୧ଟା ୨୮ ମିନିଟ୍ ସମୟରେ ୧୦୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ଏ ନେଇ ନନ୍ଦ ସାରଙ୍କ ନାତି ଖଗେଶ୍ବର ପୃଷ୍ଟି ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ, ସେ ଅସୁସ୍ଥ ହେବା ପରେ ନନ୍ଦ ସାରଙ୍କୁ ଗତ ୩୦ ତାରିଖରେ ପ୍ରଥମେ ଯାଜପୁର ରୋଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବରସ୍ଥିତ ସମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। କୋଭିଡ ପଜିଟିଭ୍ ଚିହ୍ନଟ ହେବା ପରେ ଟାଟା କୋଭିଡ୍ ହସ୍ପିଟାଲ, କଳିଙ୍ଗନଗରରେ ଭର୍ତ୍ତି କରାଯାଇଥିଲା। ବୟସାଧିକ୍ୟ ଓ ସ୍ୱାସ୍ଥ୍ୟଗତ ଜଟିଳତା ପାଇଁ ଉନ୍ନତ ଚିକିତ୍ସା ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନନ୍ଦ ସାର୍ଙ୍କୁ ‘ସମ୍’ ହସ୍ପିଟାଲକୁ ଶନିବାର ସ୍ଥାନାନ୍ତର କରାଯାଇଥିଲା।ଶତାୟୁ ଶିକ୍ଷକ ନନ୍ଦ ସାର ଗତ ନଭେମ୍ବର ୯ ତାରିଖରେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ସେ ରାଷ୍ଟ୍ରପତିଙ୍କୁ ଆଶୀର୍ବାଦ କରିବା ଦୃଶ୍ୟ ସବୁଆଡ଼େ ଚର୍ଚ୍ଚାର ବିଷୟ ପାଲଟିଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,