ଦେଶ ବିଦେଶ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ଏହି ବଡ଼ ରୋଗରେ ପୀଡ଼ିତ ଓଲିଉଡର ସୁପରଷ୍ଟାର; ପ୍ରଶଂସକ କହିଲେ ମହାପ୍ରଭୁଙ୍କ କୃପାରୁ ମିହିର ଭାଇ ଶିଘ୍ର ସୁସ୍ଥ ହୁଅନ୍ତୁ

ଓଡ଼ିଆ ଗସିପ୍ ବ୍ୟୁରୋ: କିଡନୀ ରୋଗରେ ଆକ୍ରାନ୍ତ ମିହିର ଦାସଙ୍କୁ ଗତ ୭ ତାରିଖରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏବେ ସେ ଆଇସିୟୁରେ ଅଛନ୍ତି । ତାଙ୍କ ଅବସ୍ଥା ସ୍ଥିର ଥିଲେ ମଧ୍ୟ ସଂକଟାପର୍ଣ୍ଣ ରହିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି । ମିହିର ଦାସଙ୍କ ଦୁଇଟି ଯାକ କିଡନୀ ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଛି । ସପ୍ତାହରେ ତିନି ଥର ଡାଏଲିସସ କରାଯାଉଛି ।

ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ମସିହା ଫେବ୍ରୁଆରି ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର ଦାସ । ପିଲାଟି ଦିନରୁ ଅଭିନୟ ଥିଲା ତାଙ୍କ ନିଶା ଓ ପେଶା । ସେ ପ୍ରାୟ ୧୦୦ଟି ଚଳଚ୍ଚିତ୍ରରେ ମୁଖ୍ୟ ଓ ସହ କଳାକାର ଭୂମିକାରେ ଅଭିନୟ କରିଛନ୍ତି ।

ତାଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ମଧ୍ୟରେ ଲକ୍ଷ୍ମୀ ପ୍ରତିମା, ଟାର୍ଗେଟ୍, ଗୁଣ୍ଡା, ମାଇଁ ଲଭ ଷ୍ଟୋରୀ, ପହିଲି ରାଜା, ଚୋରି ଚୋରି ମନ ଚୋରି, ବାଜି, ଧଉଳି ଏକ୍ସପ୍ରେସ୍ ଅନ୍ୟତମ । ଚଳଚ୍ଚିତ ବ୍ୟତୀତ୍ ମିହିର ଦାସ ଅନେକ ଟିଭି କାର୍ଯ୍ୟକ୍ରମରେ ନଜର ଆସିଛନ୍ତି ।

ଅଭିନୟ ପାଇଁ ଏକାଧିକ ପୁରସ୍କାର ପାଇଛନ୍ତି ସେ । ୧୯୯୯ରେ ବିଧାତା ଓ ୨୦୦୫ରେ ଫେରିଆ ମୋ ସୁନା ଭଉଣୀ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା । କଣ୍ଠଶିଳ୍ପୀ ସଙ୍ଗୀତା ଦାସଙ୍କୁ ବିବାହ କରିଥିଲେ ମିହିର ଦାସ । ୨୦୧୦ ମସିହାରେ ସଙ୍ଗୀତାଙ୍କ ମୃତ୍ୟୁ ହୋଇଥିଲା ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ