ରାଜ୍ୟ ସ୍ୱାସ୍ଥ୍ୟ

ଓମିକ୍ରନ ପାଇଁ ୫ଟି ବିଷୟକୁୁ ଗୁରୁତ୍ୱ, ନୂଆବର୍ଷରେ ଆସିପାରେ ଗାଇଡଲାଇନ୍

ଭୁବନେଶ୍ୱର:ଓଡ଼ିଶାରେ ଓମିକ୍ରନର ୨ଟି ମାମଲା ଚିହ୍ନଟ ପରେ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି । ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓମିକ୍ରନ ମୁକାବିଲା ପାଇଁ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ବୈଠକ ଶେଷ ହେବା ପରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ‘୫ଟି ପ୍ରସଙ୍ଗ ଉପରେ ଗୁରୁତ୍ୱ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଜୋରଦାର ସର୍ଭେଲାନ୍ସ ଓ ଟିକାକରଣକୁ ବ୍ୟାପକ କରାଯିବ । ଜିନମ ସିକ୍ୱେନ୍ସିଂ ସଂଖ୍ୟା ବୃଦ୍ଧି କରାଯିବ । ନୂଆ ବର୍ଷ ଆସୁଥିବାରୁ ଭିଡ଼ ନିୟନ୍ତ୍ରଣ ଉପରେ ଗୁରୁତ୍ୱାରୋପ କରାଯାଇଛି ।’

ଏହା ସହି ସ୍କୁଲ/କଲେଜରେ ପଜିଟିଭ୍ ଚିହ୍ନଟ ହେଲେ ଆଇସୋଲେସନର ବ୍ୟବସ୍ଥା କରାଯିବ । ଅବଶ୍ୟକ ହେଲେ ନୂଆବର୍ଷ ପାଇଁ ଖୁବଶୀଘ୍ର ଗାଇଡଲାଇନ୍ ଆସିବ । କଟକଣା ବଢ଼ାଇବାକୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିସନରଙ୍କୁ ଦାୟିତ୍ୱ ଦିଆଯାଇଛି । ସ୍ଥିତି ଦେଖି କଟକଣା, ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ