ରାଜ୍ୟ ସ୍ୱାସ୍ଥ୍ୟ

୧୫ରୁ ୧୮ ବର୍ଷ ପିଲାଙ୍କୁ ଭ୍ୟାକ୍‌ସିନେସନ୍‌ ପ୍ରସ୍ତୁତି : ସ୍କୁଲରେ ହୋଇପାରେ ଟିକାକରଣ, କରିବାକୁ ପଡିବ ପଞ୍ଜିକରଣ

ଭୁବନେଶ୍ୱର ୨୭।୧୨ : ୧୫ ରୁ ୧୮ ବର୍ଷର ପିଲାଙ୍କୁ କରୋନା ଟିକା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ରାଜ୍ୟରେ ୨୫ ଲକ୍ଷ ୫୩ ହଜାର ୨୮୪ଜଣ ପିଲାଙ୍କୁ ଦିଆଯିବ କରୋନା ଭ୍ୟାକ୍‌ସିନ୍‌ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ୬୦ ବର୍ଷରୁ ଅଧିକ ୫୨ ଲକ୍ଷ ୩୭ ହଜାର ଲୋକଙ୍କୁ ପ୍ରତିଷେଧକ ଟିକା ଦିଆଯିବ । ସେମାନଙ୍କ ମଧ୍ୟରୁ ଯେଉଁମାନେ ବିଭିନ୍ନ ରୋଗରେ ଆକ୍ରାନ୍ତ ଅଛନ୍ତି । ସେମାନଙ୍କୁ ମଧ୍ୟ ପ୍ରତିଷେଧକ ଡୋଜ ଦିଆଯିବ । ୭ ଲକ୍ଷରୁ ଅଧିକ ସ୍ୱାସ୍ଥ୍ୟ କର୍ମୀ ଓ ସମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବ ।

ତେବେ ୧୫ ରୁ ୧୮ ବର୍ଷର ଯେଉଁମାନେ ଟିକା ନେବେ ସେମାନଙ୍କୁ ପଞ୍ଜିକରଣ କରିବାକୁ ପଡିବ । ଆବଶ୍ୟକ ପଡ଼ିଲେ ସ୍କୁଲ ଓ କଲେଜରେ ଟିକା ଦେବାକୁ ବ୍ୟବସ୍ଥା କରାଯିବ । ଯେହେତୁ ସ୍କୁଲ କଲେଜରେ ଶିକ୍ଷକ ଉପସ୍ଥିତ ରହିବେ । ତେଣୁ ଆବଶ୍ୟକ ପଡ଼ିଲେ ଅଭିଭାବକ ମାନଙ୍କୁ ପିଲାଙ୍କ ସହିତ ଆସିବାକୁ ପଡିବ । ଅନୁମତି ପାଇଥିବା ଦୁଇଟି ଟୀକା ମଧ୍ୟରୁ ପିଲାମାନଙ୍କୁ କେଉଁ ଟୀକା ଦିଆଯିବ ତାହା ସ୍ପଷ୍ଟ ହୋଇନି । ମାର୍ଗଦର୍ଶୀକା ଆସିବା ପରେ ସ୍ପଷ୍ଟ ହେବ।

ସେହିପରି ନିୟମ ଅନୁସାରେ ଯିଏ ଯେଉଁ ଟୀକା ନେଇଛନ୍ତି । ପ୍ରତିଷେଧକ ଡୋଜ (ବୁଷ୍ଟର) ହିସାବରେ ସେହି ଟୀକା ନେବା କଥା । ବର୍ତ୍ତମାନ ୨୬୦୦ ସେସନ ସାଇଟରେ ଟିକାକରଣ ଚାଲିଛି। ପ୍ରତି ବ୍ଲକରେ ୮ଟି ମୋବାଇଲ ଭ୍ୟାନ ବୁଲି ଟୀକା କରଣ କରୁଛନ୍ତି । ପ୍ରଥମ ଡୋଜ ନେବାକୁ ୨୯ ଲକ୍ଷ ଲୋକ ବାକି ଅଛନ୍ତି ଓ ଦ୍ୱିତୀୟ ଡୋଜ ନେବାକୁ ୩୦ ଲକ୍ଷ ଲୋକ ବାକି ଅଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ