ରାଜ୍ୟ ସ୍ୱାସ୍ଥ୍ୟ

ମାସେ ମଧ୍ୟରେ ୧୫-୧୮ ବର୍ଷ ପିଲାଙ୍କ ଟିକାକରଣ ଶେଷ ହେବ: ପରିବାର କଲ୍ୟାଣ ନିର୍ଦେଶକ

ଭୁବନେଶ୍ବର: ପିଲାମାନଙ୍କୁ କୋଭାକସିନ୍ ଟିକା ଦିଆଯିବ ବୋଲି ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି,୧୫ ରୁ ୧୮ ବର୍ଷର ୨୩ ଲକ୍ଷ ୬୫ ହଜାର ପିଲା ଟିକା ନେବେ। କେନ୍ଦ୍ର ସରକାର ଏହି ହିତାଧିକାରୀଙ୍କ ତାଲିକା ପ୍ରକାଶ କରିଛନ୍ତି। ୩ ତାରିଖରୁ ଟିକାକରଣ ହେବ। ଏଥିପାଇଁ ଜାନୁଆରି ୧ ତାରିଖରୁ ପଞ୍ଜିକରଣ ଆରମ୍ଭ ହେବ। ପିଲାମାନେ କୋଭକ୍ସିନ ଟିକା ନେବେ। ରାଜ୍ୟରେ ପ୍ରାୟ ୧୪ ଲକ୍ଷ ଡୋଜ ଉପଲବ୍ଧ ଅଛି। ସବୁ ଜିଲ୍ଲାକୁ ନିର୍ଦେଶ ଦିଆଯାଇଛି, ଆବଶ୍ୟକତା ଅନୁସାରେ ଟିକାକରଣ କେନ୍ଦ୍ର ଖୋଲିବେ। ଆବଶ୍ୟକସ୍ଥଳେ ସ୍କୁଲରେ ବି ଟିକାକରଣ କେନ୍ଦ୍ର ଖୋଲାଯିବ।


ସଠିକ ସମୟରେ ସମସ୍ତେ ଟିକା ନେଲେ ମାସେ ମଧ୍ୟରେ ୧୫-୧୮ ବର୍ଷ ପିଲାଙ୍କ ଟିକାକରଣ ଶେଷ ହେବ। ଟିକାକରଣ କେନ୍ଦ୍ରରେ ସକାଳ ବେଳା ୧୫-୧୮ ବର୍ଷ ପାଇଁ ଟିକାକରଣ ହେବ। ଅପରାହ୍ଣରେ ଅନ୍ୟମାନଙ୍କ ଟିକାକରଣ ହେବ। ୧୫-୧୮ ବର୍ଷ ପିଲାଙ୍କ ସହ ଅଭିଭାବକଙ୍କୁ ଆସିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ସେହିପରି ୬୦ ବର୍ଷରୁ ଉର୍ଧ୍ବ ଓ ଦୁରାରୋଗ୍ୟରେ ପୀଡ଼ିତ ୧୦ ଲକ୍ଷ ୪୭ ହଜାର ୪୦୦ ହିତାଧିକାରୀ ପ୍ରିକସନ ଡୋଜ ନେବେ। ସମ୍ମୁଖ ଯୋଦ୍ଧାଙ୍କ ସଂଖ୍ୟା ୭ ଲକ୍ଷ ୫ ହଜାର ରହିଛି। ୬୦ ବର୍ଷରୁ ଉର୍ଧ୍ବ ଓ ଦୁରାରୋଗ୍ୟରେ ପୀଡ଼ିତ ହିତାଧିକାରୀ କେଉଁ ଟିକା ନେବେ ତାହା ସ୍ପଷ୍ଟ ହୋଇନାହିଁ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ