ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର:ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶିତ ହୋଇଛି।
ସୂଚନାଯୋଗ୍ୟ ଯେ ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି ଏବଂ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମଇ ୩୦ ତାରିଖରେ ସାରା ରାଜ୍ୟ ତଥା ସାରା ବିଶ୍ବର କୋଣ ଅନୁକୋଣରେ ଥିବା ଓଡିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ।
ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡିଆ ଜାତୀୟତାର ଭାବକୁ ସୁଦୃଢ କରିବା ସହିତ ଓଡିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି