ରାଜ୍ୟ ସ୍ୱାସ୍ଥ୍ୟ

ବୌଦ୍ଧ, ଗଞ୍ଜାମ ସମେତ ଏସବୁ ଜିଲ୍ଲାରେ କାଳବୈଶାଖୀ, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ,ବୌଦ୍ଧ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଅନୁଗୁଳ ରହିଛି। ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ଖୋର୍ଧା, ପୁରୀ, କଟକ, ଢ଼େଙ୍କାନାଳ, ସୁବର୍ଣ୍ଣପୁର ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମେତ ବଜ୍ରପାତ ଆଶଙ୍କା ରହିଛି।

ସେହିପରି ଜାନୁଆରି ୧୪ରୁ ୧୫ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଫୁଲବାଣୀରେ ୨୯.୦ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ପାରଳାଖେମୁଣ୍ଡିରେ ସର୍ବନିମ୍ନ ୧୩.୫ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ