ଧର୍ମ ରାଜ୍ୟ

ପବିତ୍ର ମକର ସଂକ୍ରାନ୍ତି, ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକର ନୀତି

ପୁରୀ ୧୪।୧: ପବିତ୍ର ମକର ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳିତ ହେଉଛି ବିଶେଷ ନୀତି । ଶ୍ରୀଜିଉମାନଙ୍କୁ ଘଣ୍ଟ, ଛତା ମାଧ୍ୟମରେ ମକର ବେଢା କରାଯାଇ ମକର ଚାଉଳ ଭୋଗ କରାଯିବ । ସେହିପରି ଶ୍ରୀଜିଉଙ୍କ ଆଜିର ଏହି ବେଶରେ ମକର ଚୁଳ ଲଗାଯିବାର ପରମ୍ପରା ରହିଛି । ମକର ବେଢା ଓ ମକର ଚାଉଳ ଭୋଗ ହେବା ପାଇଁ ଏକ ବୃହଦକାୟ ମକର ତାଡ ହେବାର ପରମ୍ପରା ମଧ୍ୟ ରହିଛି । ସେହି ଅନୁଯାୟୀ କୁମ୍ଭକାର ସେବାୟତଙ୍କ ଦ୍ବାରା ପ୍ରସ୍ତୁତ ମକର ତାଡକୁ ଅଲାମ ଚଣ୍ଡି ମନ୍ଦିରରୁ ଶ୍ରୀମନ୍ଦିରକୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇଥିଲା । ଏହି ମାଟିତାଡ ସାହାଯ୍ୟରେ ମହାପ୍ରଭୁଙ୍କ ପାଖରେ ଏହା ଭୋଗ କରାଯିବା ପରେ ଭକ୍ତଙ୍କୁ ବାଣ୍ଟି ଦିଆଯାଏ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ