ରାଜ୍ୟ ସ୍ୱାସ୍ଥ୍ୟ

ମାଡ଼ୁଛି କରୋନା; କଟକରେ ୩ଟି କୋର୍ଟ କଣ୍ଟେନମେଣ୍ଟ ଘୋଷଣା

କଟକ: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ କଟକରେ ୩ଟି କୋର୍ଟ ପରିସରକୁ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଇଛି । ସିଭିଲ କୋର୍ଟ, ଏସଡିଜେଏମ, ଜିଲ୍ଲା ଦୌରାଜଜ କୋର୍ଟ ପରିସରକୁ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଇଛି । ପଜିଟିଭ ଚିହ୍ନଟ ପରେ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରିଛି । ସିଏମସି । କେବଳ କଟକ ସିଭିଲ କୋର୍ଟ ପରିସରରୁ ୩୯ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ତେବେ ରାଜ୍ୟରୁ ଆଜି ୧୦,୨୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୯୬୨ ଓ ସ୍ଥାନୀୟ ଅଞ୍ଚଳରୁ ୪୩୧୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୦୬୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧୧ ହଜାର ୮୭୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୧୭୯ ରହିଥିବା ବେଳେ ୫୩ ହଜାର ୧୭୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ