ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ବଗ ମରା ବିଷକୁ ଚା’ ପତି ଭାବି ପିିଇ ଦେଲେ ପରିବାରର ୫ ଜଣ: ଗୁରୁତର ଅବସ୍ଥା​‌ରେ ହସ୍ପିଟାଲରେ ଭର୍ତ୍ତି

ସୋର୧୪/୧୩: ବିଷ ପିଇ ପରିବାରର ୫ ଗୁରୁତର। ବାଲେଶ୍ବର ଜିଲ୍ଲା ଔପଦା ଥାନା ଦୁର୍ଗାପୁର ନୂଆହାଟ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ମୁତାବକ, ବଗ ମରା ବିଷକୁ ଭୁଲ୍‌ରେ ଚା ପତି ଭାବି ଗରମ କରି ୫ ଜଣ ପିଇ ଦେଇଥିଲେ।ଗୁରୁତର ଅବସ୍ଥାରେ ୫ ଜଣଙ୍କୁ ସୋର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଗୁରୁତର ହେଲେ ଦୁର୍ଗାପୁର ନୂଆହାଟ ଅଞ୍ଚଳର ବନମାଳି ସିଂ, ସବିନ ସିଂ, ପେଟୁ ସିଂଙ୍କ ସହ ୨ ଶିଶୁ ରମା ସିଂ ଏବଂ ଟୁବୁ ସିଂ। ବଗମରା ବିଷକୁ ଚା ଭାବି ଗରମ କରି ପିଇ ଦେଇଥିଲେ। ୧୦୮ ଆମ୍ବୁଲାନ୍ସ ମାଧ୍ୟମରେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ଥାନୀୟ ଅଞ୍ଚଳରେ ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ବର୍ତ୍ତମାନ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ