ଧର୍ମ ରାଜ୍ୟ

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ ୧୯।୧: ବୁଧବାର ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ଓ ଏକ ସ୍ବତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ତେବେ କୋଭିଡ୍ କଟକଣା ଯୋଗୁଁ ଏବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବାରୁ କେବଳ ସେବାୟତ ଓ ତାଙ୍କ ପରିବାର ଲୋକେ ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ