ରାଜ୍ୟ ସ୍ୱାସ୍ଥ୍ୟ

ଆଜି ରାଜ୍ୟରେ ବଢ଼ିଲା କରୋନା: ପଜିଟିଭ୍ ସଂଖ୍ୟା ୩ ହଜାର ଉପରେ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ଆଜି ୩୪୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୦୧୨ ଓ ସ୍ଥାନୀୟ ଅଞ୍ଚଳରୁ ୧୪୩୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୩୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୫ ହଜାର ୭୭୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୯ ହଜାର ୩୧୩ ରହିଥିବା ବେଳେ ୩୭ ହଜାର ୭୬୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ