ରାଜ୍ୟ ସ୍ୱାସ୍ଥ୍ୟ

ଆଜିର କୋଭିଡ ମୃତ୍ୟୁ ସୂଚନା: ରାଜ୍ୟରେ ପୁଣି ୨୦ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୭୫୪କୁ ବୃଦ୍ଧି

ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୨୦ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୫୪କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷରେ କଳାହାଣ୍ଡି ଜିଲ୍ଲାର ୪ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏଣେ କଟକ ଜିଲ୍ଲାର ୩ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ତେଣେ ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାର ୨ଜଣ ଲେଖାଏଁ ମୃତକ ଅଛନ୍ତି। ଏହାଛଡ଼ା ଯାଜପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ଭିତରେ ୭ ଜଣ ମହିଳା ଓ ୧୩ ଜଣ ପୁରୁଷ ଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତକାଲି ୨୩ ଜଣ ସଂକ୍ରମିତଙ୍କ ପ୍ରାଣହାନି ଘଟିଥିଲା। ଏହାଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୩୪ରେ ପହଞ୍ଚିଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ