ମନୋରଞ୍ଜନ ରାଜ୍ୟ ସ୍ପେଶାଲ ରିପୋର୍ଟ

ହାଇକୋର୍ଟରେ ଅନୁଭବ-ବର୍ଷା ବିବାଦ ମାମଲା : ବର୍ଷାଙ୍କ ପାର୍ଲିଆମେଣ୍ଟ ସ୍ପାଉସ୍ କାର୍ଡ ପ୍ରତ୍ୟାହାର ନିର୍ଦ୍ଦେଶ ଉପରେ ରହିତାଦେଶ

କଟକ ୭।୨: ବର୍ଷା-ଅନୁଭବ ବିବାଦ ମାମଲାରେ ବର୍ଷାଙ୍କ ପାର୍ଲିଆମେଣ୍ଟ ସ୍ପାଉସ୍ କାର୍ଡ ପ୍ରତ୍ୟାହାର ଉପରେ ସ୍ଥଗିତାଦେଶ ଜାରି କଲେ ହାଇକୋର୍ଟ । ବର୍ଷାଙ୍କ ପକ୍ଷରୁ ଦାୟର ହୋଇଥିବା ମାମଲାକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ବର୍ଷାଙ୍କୁ ମିଳିଥିବା ସ୍ପାଉସ୍ କାର୍ଡକୁ ଫେରାଇବା ପାଇଁ ପାର୍ଲିଆମେଣ୍ଟ ସଚିବ ନିର୍ଦ୍ଦେଶ ଦେଇଥିଲେ । ସ୍ପାଉସ୍ କାର୍ଡକୁ ଫେରାଇବା ପାଇଁ ଅନୁଭବ ପାର୍ଲିଆମେଣ୍ଟ ସଚିବଙ୍କୁ ଲିଖିତ ଭାବେ ଜଣାଇଥିଲେ । ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ବର୍ଷା । ବୈବାହିକ ଜୀବନକୁ ନେଇ ଅନୁଭବ ବାରମ୍ବାର ଗଣମାଧ୍ୟମକୁ ଦେଉଥିବା ପ୍ରତିକ୍ରିୟାକୁ ବନ୍ଦ ପାଇଁ ମଧ୍ୟ ବର୍ଷା କୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି । ଆସନ୍ତା ମାର୍ଚ୍ଚ ୧୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ