ରାଜ୍ୟ ସ୍ୱାସ୍ଥ୍ୟ

ଗୋଟିଏକୁ ଜିଲ୍ଲା ଛାଡ଼ି ଆଉ ସବୁ ଜିଲ୍ଲାରେ ଟେଷ୍ଟ ପଜିଟିଭ ରେଟ ୫ ପ୍ରତିଶତ ତଳେ ରହିଛି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ରାଜ୍ୟ ପାଇଁ ଖୁସି ଖବର। ଏବେ ହଜାର ତଳେ ସଂକ୍ରମଣ ରହିଛି। କେବଳ ଗୋଟିଏ ଜିଲାକୁ ଛାଡ଼ି ଆଉ ସବୁ ଜିଲ୍ଲାରେ ଟେଷ୍ଟ ପଜିଟିଭ ରେଟ ୫ ପ୍ରତିଶତ ତଳେ ରହିଛି। ସର୍ଭିଲାନ୍ସ ଚାଲିଛି। ୬୦ ହଜାର ଉପରେ ଟେଷ୍ଟିଂ କରାଯାଉଛି। ଏପଟେ ଯେହେତୁ ସଂକ୍ରମଣ କମୁଛି, ସେପଟେ କୋଭିଡ ସାର୍ଟିଫିକେଟ ବାଧ୍ୟତାମୂଳକ ନା ନାହିଁ, ସେ ନେଇ ସରକାର ସାମଗ୍ରିକ ଭାବେ ନିଷ୍ପତ୍ତି ନେବେ।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୫ ଜଣ, ବାଲେଶ୍ୱରରୁ ୨୧ ଜଣ, ବରଗଡ଼ରୁ ୨୧ ଜଣ, ଭଦ୍ରକରୁ ୨୧ ଜଣ, ବଲାଙ୍ଗୀରରୁ ୯ ଜଣ, ବୌଦ୍ଧ ଜିଲ୍ଲାରୁ ୨୦, କଟକରୁ ୬୫ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୩୯, ଗଞ୍ଜାମରୁ ୧୮ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୪୫ ଜଣ, ଝାରସୁଗୁଡ଼ାରୁ ୨୪ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୨୫ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୧୦୫ ଜଣ, କୋରାପୁଟରୁ ୭୧ ଜଣ, ମାଲକାନଗିରିରୁ ୧୨ ଜଣ, ମୟୁରଭଞ୍ଜରୁ ୧୨ ଜଣ, ନବରଙ୍ଗପୁରରୁ ୧୧, ନୟାଗଡ଼ରୁ ୧୯ ଜଣ, ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୨୯ ଜଣ, ସମ୍ୱଲପୁରରୁ ୩୫ ଜଣ, ସୋନପୁରରୁ ୧୮, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ ପୁଲରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ