କଳା ଓ ସଂସ୍କୃତି ରାଜ୍ୟ ସ୍ପେଶାଲ ରିପୋର୍ଟ

ଅନ୍ତର୍ଜାତୀୟ ମହିଳା ଦିବସ : ବେଳାଭୂମିରେ ଶିଳ୍ପୀ ମାନସ ସାହୁ ବାଲୁକା କଳା, “Break The Bias”ର ଦେଲେ ବାର୍ତ୍ତା

ପୁରୀ ୦୮।୦୩ : ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ମହିଳାମାନଙ୍କର ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ ରାଜନୈତିକ ଉପଲବ୍‌ଧିକୁ ପାଳନ କରିବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଥାଏ । ସମାଜରୁ ଲିଙ୍ଗଗତ ଭେଦଭାବ ଦୂର ଲାଗି ମଧ୍ୟ ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଏ ।

ତେବେ ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପୁରୀ ବେଳାଭୂମି ରେ ମହିଳା ମାନଙ୍କୁ ସମ୍ମାନ ଜଣାଇ ବାଲୁକା ମୂର୍ତ୍ତି ନିର୍ମାଣ କରିଛନ୍ତି । ଏ ବର୍ଷ ର ଥିମକୁ ଆଧାର କରି ପୁରୀର ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ଏଥିରେ ସେ ନାରୀ ମାନଙ୍କୁ ସମ୍ମାନ ଜଣାଇବା ସହିତ ପୁରୁଷ ଏବଂ ନାରୀ ମାନଙ୍କ ମଧ୍ୟରେ ପକ୍ଷପାତ ନ କରି ସମ ଦୃଷ୍ଟିରେ ଦେଖିବା ସହିତ ନାରୀମାନଙ୍କର ସମାଜରେ ସମାନ ଅଧିକାର ଥିବାର ବାର୍ତ୍ତା ଦେଇଛନ୍ତି । ଏହି ବାଲୁକା କଳାଟି ୧୫ ଫୁଟ ଓସାର ବିଶିଷ୍ଟ ଏବଂ ଏଥିରେ ୧୫ ଟନ ବାଲି ବ୍ୟବହାର କରାଯାଇଛି । ଏହି ବାଲୁକା କଳାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୭ ଘଣ୍ଟା ସମୟ ଲାଗିଥିଲା । ଏଥିରେ ସେ “Break The Bias” ର ବାର୍ତ୍ତା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,