ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଏପ୍ରିଲ ୨୯ରୁ ମେ’ ୬ ତାରିଖ ଯାଏ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର: ଏପ୍ରିଲ ଶେଷ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ଦିନ ୧୨ଟାରେ ମାଟ୍ରିକ ପରୀକ୍ଷା ବିଷୟରେ ଗୁରୁତ୍ବପୂର୍ଣ୍ଣ ଘୋଷଣା କରି ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ ଏପ୍ରିଲ ୨୯ ତାରିଖରୁ ମେ ୬ ତାରିଖ ଯାଏଁ ପରୀକ୍ଷା ହେବ।

ମହାମାରୀର ପ୍ରକୋପ କମିଥିବା ହେତୁ ଏଥର ମାଟ୍ରିକ୍ ପରୀକ୍ଷାଗୁଡ଼ିକ ପିଲା ପଢ଼ୁଥିବା ନିଜ ସ୍କୁଲରେ ଦେବେ। କିନ୍ତୁ, ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲର ଶିକ୍ଷକମାନେଙ୍କୁ ନିୟୋଜିତ ହେବେ। ଯେଉଁଠି ତାହା ସମ୍ଭବପର ହେବ ନାହିଁ ସେଠାରେ ପାଖ ସ୍କୁଲରେ ପିଲାମାନେ ପରୀକ୍ଷା ଦେବେ। ଏଥର ଅଫଲାଇନ୍ ମୋଡରେ ମାଟ୍ରିକ ପରୀକ୍ଷା କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଏଥର ତିନୋଟି ପଦ୍ଧତିରେ ପରୀକ୍ଷାର ଫଳାଫଳ ନିର୍ଦ୍ଧାରଣ କରାଯିବ ବୋଲି ସେ କହିଛନ୍ତି। ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ଲାଗି ସମ୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ କରାଯିବ। ସମ୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ ସବୁ ଛାତ୍ରଛାତ୍ରୀମାନଙ୍କ ଲାଗି ବାଧ୍ୟତାମୂଳକ ରହିଛି।

ଏହି ଘୋଷଣା ପରେ ମାଟ୍ରିକ ପରୀକ୍ଷାର୍ଥୀ ଓ ସେମାନଙ୍କ ଅଭିଭାବକଙ୍କ ମନରେ ଥିବା ଦ୍ବନ୍ଦ୍ବ ଦୂର ହୋଇଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି