ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରୀମନ୍ଦିରରେ ଫଗୁ ଦଶମୀ : ଆଜି ମହାପ୍ରଭୁଙ୍କ ଚାଚେରୀ ବେଶ ନୀତି, ୧୮ରେ ସୁନାବେଶ

ପୁରୀ ୧୩।୦୩ : ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ । ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ନୀତି କରାଯିବ । ଠାକୁର ଝିମିରି ଫଗୁ, ଚନ୍ଦନ ଓ ପ୍ରସାଦ ଲାଗି ହୋଇ ବନ୍ଦାପନା ହେବ । ଚାଚେରୀ ବେଶରେ ଶ୍ରୀବିଗ୍ରହ ବୋଇରାଣୀ(ବସ୍ତ୍ର) ମାଧାବଳୀ ଇତ୍ୟାଦି ନୂଆ ଲୁଗାମାନ ଲାଗି ହେବେ ।

ଖବର ଅନୁଯାୟୀ, ଫଗୁ ଦଶମୀରେ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ଯିବେ। ସେଠାରେ ଅବିର ଓ ଫଗୁ ଲାଗି କରାଯିବ। ବିଶ୍ୱାସ ରହିଛି ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ। ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ। ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜ୍ଜିତ ହେବେ। ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜ୍ଜିତ କରାଯିବ। ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ। ସେପଟେ ଆସନ୍ତା ୧୭ ତାରିଖରେ ମେଣ୍ଢାପୋଡି ଉତ୍ସବ ଅନୁଷ୍ଠିତ ହେବା ସହ ୧୮ ତାରିଖରେ ଦୋଳପୂର୍ଣ୍ଣମୀ ଅବସରରେ ଚତୁର୍ଦ୍ଧାବିଗ୍ରହ ସୁନାବେଶରେ ଲକ୍ଷାଧିକ ଭକ୍ତ ଶ୍ରଧାଳୁଙ୍କୁ ଦର୍ଶନ ଦେବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ