ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା କରୋନା ପଜିଟିଭ, ଟ୍ୱିଟ୍ କରି ଦେଲେ ସୂଚନା

ଓ୍ୱାସିଂଟନ ୧୪ /୦୩ : ଦୁଇ ଦୁଇ ଥର ଆମେରିକାର ରାଷ୍ଟ୍ରପତି ହୋଇଥିବା ବାରାକ ଓବାମାଙ୍କୁ କରୋନା । ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି । ସେ ଟ୍ୱିଟରେ ଲେଖିଛନ୍ତି ଯେ ମୁଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । କିଛି ଦିନ ହେବ ମୋ ଗଳାରେ ଯନ୍ତ୍ରଣା ହୋଇଥିଲା । କିନ୍ତୁ ଏବେ ଟିକେ ଭଲ ଅନୁଭବ କରୁଛି ।

ଆହୁରି ମଧ୍ୟ ଟ୍ୱିଟରେ ଲେଖାଯାଇଛି ଯେ ମିସେଲ ଏବଂ ମୁଁ ଟିକା ନେଇସାରିଛୁ । ଏବେ ମିସେଲଙ୍କ କରୋନା ପରୀକ୍ଷା ନେଗେଟିଭ ହୋଇଛି । ସେ ଟ୍ୱିଟରେ କହିଛନ୍ତି ଯେ, ସେ ଟିକା ନେବାକୁ ଲୋକଙ୍କୁ ନିବେଦନ କରିଛନ୍ତି । ସେ କହିଛନ୍ତି ଯେ ଯଦି ଆପଣ ପୂର୍ବରୁ ଟୀକାକରଣ କରିନାହାଁନ୍ତି, ଏବେ କରିନିଅନ୍ତୁ । କହିବାକୁ ଗଲେ କରୋନା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ଆଗକୁ ମଧ୍ୟ ଏହାର ପ୍ରକୋପ ଜାରି ରହିବ ।

ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ର ଅନୁଯାୟୀ ଜାନୁଆରୀ ମଧ୍ୟଭାଗରେ ଦୈନିକ ହାରାହାରି ୮୧୦,୦୦୦ ମାମଲା ତୁଳନାରେ ଆମେରିକାର ଦୈନିକ ମାମଲା ତୀବ୍ର ହ୍ରାସ ପାଇଛି । ଯୁକ୍ତରାଷ୍ଟ୍ରର ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ର (ସିଡିସି) କହିଛି ଯେ ଯୁକ୍ତରାଷ୍ଟ୍ରର ପାଞ୍ଚ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କ ମଧ୍ୟରୁ ୮୦ ପ୍ରତିଶତରୁ ଅଧିକ ଲୋକ COVID-19 ଟିକା ପାଇଁ ଅତି କମରେ ଗୋଟିଏ ମାତ୍ରା ଗ୍ରହଣ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ