ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୬୩୮ କରୋନା ସଂକ୍ରମିତ, ୩୧୩୯୬୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ୨୨।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୩୯୬୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୬୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୦ ଜଣ, ବାଲେଶ୍ୱର ଜିଲ୍ଲାରୁ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩ଜଣ , ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ , ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ, ଷ୍ଟେଟ ପୁଲ୍‌ରୁ ୧୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୩୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୩୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୪୯୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୫୬୩୯୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ