କଳା ଓ ସଂସ୍କୃତି ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ବିଧାନସଭା କମିଟି ଗଠନ କରି ପୁରୀ ପଠାଇବା ପାଇଁ ବିଜେପିର ଦାବି

ଭୁବନେଶ୍ବର: ବିଧାନସଭାର ଶୂନ୍ୟକାଳରେ ଉଠିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ। ବିକାଶମୂଳକ କାର୍ଯ୍ୟକୁ କେହି ବିରୋଧ କରିବେ ନାହିଁ । ମାତ୍ର ବିକାଶ ନାଁ ରେ ମନ୍ଦିର ପ୍ରତି ବିପଦ ଯଦି ସୃଷ୍ଟି ହେବ ସେଥିପାଇଁ ସରକାର ଦାୟୀ ହେବେ। ଭାଇବ୍ରେସନ ପାଇଁ ମନ୍ଦିରରେ ଫାଟ ସୃଷ୍ଟି ହୋଇଛି। ଏଏସଆଇ ଓ ଏଏନଏମ୍ କହିଛନ୍ତି ଆମେ କୌଣସି ପ୍ରକାର ସ୍ଥାୟୀ ନିର୍ମାଣ ପ୍ରକଳ୍ପ ପାଇଁ ଅନୁମତି ଦେଇ ନାହୁଁ। ପ୍ରକୃତରେ ବାସ୍ତବ କଥା କଣ। ତେଣୁ ବିଧାନସଭାର ଏକ କମିଟି ଗଠନ କରି ପୁରୀ ପଠାଇବା ପାଇଁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଦାବି କଲେ। ସେହିପରି ବିଜେପି ବିଧାୟକ ଭାସ୍କର ମଢେଇ ମଧ୍ୟ ବିଧାନସଭା କମିଟି ଗଠନ କରିବାକୁ ଦାବି କଲେ।

ସେପଟେ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କ ଆଭିମୁଖ୍ୟ ଉପରେ ପ୍ରଶ୍ନ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ପ୍ରକୃତରେ ମନ୍ଦିର ପ୍ରତି ବିପଦ ସୃଷ୍ଟି ହୋଇଛି କି ନାହିଁ ଲୋକଙ୍କ ସନ୍ଦେହ ଦୂର କରିବା ସରକାରଙ୍କ ଦାୟିତ୍ୱ। ତେଣୁ ବାଚସ୍ପତି ବିଧାନସଭାର କମିଟି ଗଠନ କରିବାକୁ ରୁଲିଂ ଦାବି କଲେ ନରସିଂହ। ଅନ୍ୟପଟେ ଗୃହର ମଧ୍ୟ ଭାଗରେ ବିଜେପିର ସମସ୍ତ ସଦସ୍ୟ ପ୍ରତିବାଦ କରିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,