ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା

ଭୁବନେଶ୍ବର ୨୫।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଗଞ୍ଜାମ, ଢେଙ୍କାନାଳ, କଟକ, ଭଦ୍ରକ, ବରଗଡ ଏବଂ ଅନୁଗୋଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୮୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୭୩୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୮୫୮୬୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ