ଅପରାଧ ରାଜ୍ୟ

ଚିଲିକା କୂଳରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ, ଯୁବକଙ୍କୁ ଗଳାକାଟି ହତ୍ୟା !

ପୁରୀ ୨୮।୦୪ : ଯୁବକଙ୍କୁ ଗଳା କାଟି ହତ୍ୟା । ଚିଲିକା କୂଳରୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ସାହାବାଜ ପୁର ଗାଁ ଘଟଣା । ମୃତକ ହେଲେ ମଲେଶ୍ବରୀ ଗାଁର ରାମ ଦୋରା । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ । ଘଟଣାସ୍ଥଳରେ କୃଷ୍ଣପ୍ରସାଦ ପୋଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଚିଲିକା କୂଳରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଠାବ ହୋଇଥିଲା । ଏହାପରେ ତୁରନ୍ତ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

ତେବେ ଏବେ ଯାଏଁ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ସବୁ ଦିଗରୁ ଖୋଲତାଡ଼ କରୁଛି । ଆବଶ୍ୟକ ପଡିଲେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ବୋଲି ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।