ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଘାଟିରେ ଓଲଟିଲା ଗାଡି, କାମ କରିବାକୁ ଯିବାବେଳେ ଘଟିଲା ଅଘଟଣ

କୋରାପୁଟ ୦୧।୦୫ : ଘାଟିରେ ମର୍ମନ୍ତୁଦ ଦୁର୍ଘଚଣା । ଭାରସାମ୍ୟ ହରାଇ ଓଲଟିଲା ପିକଅପ୍‌ ଭ୍ୟାନ୍‌ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କୋରାପୁଟ ଜିଲ୍ଲା ପଟାଙ୍ଗି ଥାନା ସିନ୍ଦେଇ ଘାଟିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

ଖବର ଅନୁଯାୟୀ, ମାଳିପୁଟ ପଞ୍ଚାୟତର ସିନ୍ଦେଇ ଗାଁରୁ ୫ ଜଣ ଶ୍ରମିକ ଏକ ବୋଲରୋ ପିକଅପ୍ ଗାଡିରେ ବିଲ କାମ କରିବାକୁ ଯାଉଥିଲେ । ଠିକ ଏହି ସମୟରେ ପିକଅପ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ସିନ୍ଦେଇ ଘାଟିରେ ଓଲଟି ପଡ଼ିଥିଲା। ଯାହାଫଳରେ ଗାଡିରେ ଥିବା କିଛି ଲୋକ ଗୁରୁତର ହୋଇଥିଲେ । ଘଟଣାସ୍ଥଳରୁ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।