ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ସିଂହଦ୍ବାର ଗୁମୁଟରୁ ଡେଇଁ କିନ୍ନରଙ୍କ ଆତ୍ମହତ୍ୟା ମାମଲା: କାର୍ଯ୍ୟାନୁଷ୍ଠାନ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ନୂଆଦିଲ୍ଲୀ : ପୁରୀ ସିଂହଦ୍ବାର ଗୁମୁଟରୁ ଡେଇଁ କିନ୍ନରଙ୍କ ଆତ୍ମହତ୍ୟା ମାମଲାରେ ଜାତୀୟ ମାନବ ଅଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ମହିଳା, ଶିଶୁ ବିଭାଗ, ମିଶନ ଶକ୍ତି ସଚିବ, ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କ ଠାରୁ ଆକ୍ସନ ଟେକେନ୍‌ ରିପୋର୍ଟ ତଲବ କରିଛନ୍ତି। ଚାରି ସପ୍ତାହ ଭିତରେ ରିପୋର୍ଟ ଦାଖଲ କରିବା ପାଇଁ ଏନ୍‌ଏଚ୍‌ଆରସିଙ୍କ ପକ୍ଷରୁ ସମୟ ସୀମା ଧାର୍ଯ୍ୟ କରାଯାଇଛି। ନିମାପଡ଼ାର ବଳରାମ ରାଉତ(୩୬) ନାମକ କିନ୍ନରଙ୍କ ଆତ୍ମହତ୍ୟା ମାମଲାରେ ମାନବ ଅଧିକାର କର୍ମୀ ତଥା ସୁପ୍ରିମକୋର୍ଟର ଆଇନଜୀବୀ ରାଧାକାନ୍ତ ତ୍ରିପାଠୀଙ୍କ ଦ୍ବାରା ଦାଖଲ କରାଯାଇଥିବା ପିଟିସନକୁ ଗ୍ରହଣ କରି ଏନ୍‌ଏଚ୍‌ଆର୍‌ସି ତିନି ବରିଷ୍ଠ ଅଧିକାରୀଙ୍କ ଠାରୁ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଲୋଡ଼ିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।