ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ବଢିଲା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୭୧ କରୋନା ପଜିଟିଭ୍

ଭୁବନେଶ୍ୱର ୦୮।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୦୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ଅଛନ୍ତି । ସେହିପରି ୧୮ ବର୍ଷ କମ୍‌ ବୟସ ମଧ୍ୟରେ ୬୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୬୪ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୮୬୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୪୨୫୩୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ