ଅପରାଧ ରାଜ୍ୟ

ରାଉରକେଲା ସରକାରୀ ହସ୍ପିଟାଲରେ ରୋଗୀଙ୍କ ଆତ୍ମହତ୍ୟା

ରାଉରକେଲା: ରାଉରକେଲା ସରକାରୀ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କ ଆତ୍ମହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକ ହେଉଛନ୍ତି କୁଆଁରମୁଣ୍ଡା, ରିଉଁ ଅଞ୍ଚଳର ସହର ଝରା (୪୫)। ବୁଧବାର ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡ଼ ଭାଙ୍ଗିଯିବାରୁ ତାଙ୍କୁ ଚିକିତ୍ସା ନିମନ୍ତେ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତକାଲି ବିଳମ୍ବିତ ରାତିରେ ୱାର୍ଡ ବାହାରକୁ ଆସି ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା କୁହାଯାଉଛି।

୭/୮ ବର୍ଷ ପୂର୍ବେ ପତ୍ନୀ ଘର ଛାଡ଼ି ଚାଲିଯାଇଥିବା କହିଛନ୍ତି ମୃତକଙ୍କ ସମ୍ପର୍କୀୟ। ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ରଘୁନାଥପାଲ୍ଲୀ ଥାନା ପୁଲିସ ତଦନ୍ତ ଆରମ୍ଭ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପ୍ରକ୍ରିୟା ଜାରି ରଖିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।