ଅପରାଧ ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଦିଲ୍ଲୀ: ମେଟ୍ରୋ ଷ୍ଟେସନ୍‌ ନିକଟ କୋଠାରେ ଭୟାବହ ଅଗ୍ନିକାଣ୍ଡରେ ୨୬ ମୃତ, ଶୋକ ଜଣାଇଲେ ରାଷ୍ଟ୍ରପତି-ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ କୋଠାରେ ଆଜି ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଲେଖାଯିବା ବେଳକୁ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ବ ଲୋକ ଫସି ରହିଥିବା ଜଣାଯାଇଛି। ସମସ୍ତ ମୃତହେଦ ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀର ମୁଖ୍ୟ ଅଧିକାରୀ ଅତୁଲ ଗର୍ଗ କହିଛନ୍ତି ଯେ, କୋଠାରେ ୩୦ରୁ ୪୦ ଜଣ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି। ସେ କହିଛନ୍ତି, ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏବେ ତୃତୀୟ ମହଲାରେ ଯାଞ୍ଚ ଚାଲିଛି। କୋଠାର ପ୍ରଥମ ମହଲାରୁ ନିଆଁ ଲାଗିଥିବା ଅନୁମାନ କରାଯାଉଥିବା ବ‌େଳେ ଏହାର ପ୍ରକୃତ କାରଣ ଜଣାପଡ଼ି ନାହିଁ।

କୋଠାରୁ ଉଦ୍ଧାର କରାଯାଇଥିବା ୯ ଜଣ ଆହତଙ୍କୁ ସଂଜୟ ଗାନ୍ଧୀ ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଆଶା କରାଯାଉଛି। ଅଗ୍ନିକାଣ୍ଡ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ‌ଗଭୀର ଶୋକ ପ୍ରକାଶ କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ଶୋକ ଜଣାଇଛନ୍ତି। ଉଭୟ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ