ଅପରାଧ ରାଜ୍ୟ

ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ବାଇକ ଆରୋହୀଙ୍କ ଜୀବନ

ଖୋର୍ଦ୍ଧା ୧୫।୦୫: ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ । ମୃତକ କୁରୁମି ଗାଁର ଲକ୍ଷଣ ବେହେରା । ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ଖବର ଅନୁଯାୟୀ, ଲକ୍ଷଣ ବାଇକ ଯୋଗେ ଖୋର୍ଦ୍ଧା ଅଭିମୁଖେ ଯାଉଥିଲେ । ହଠାତ୍‌ ବାଘମାରୀ ଛକ ନିକଟରେ ଘଟିଲା ଦୁର୍ଘଟଣା । ଏକ ଅଜଣା ଗାଡି ଲକ୍ଷଣଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସେପଟେ ଦୁର୍ଘଟଣା ସଂପର୍କରେ ଖବର ବାଘମାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।