ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଟମାଟୋ ଫ୍ଲୁ ଏକ ଭାଇରାଲ ରୋଗ: ଜନସ୍ଵାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର: ଟମାଟୋ ଫ୍ଲୁ ରୋଗ ସଂପର୍କରେ ନଜର ପ୍ରତିକ୍ରିୟା ରଖି ଜନସ୍ଵାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ଏହା ଏକ ଭାଇରାଲ ରୋଗ। ଏହା ଏହି ସମୟରେ ହୁଏ। ଏହାର ଲକ୍ଷଣ ହେଉଛି ପିଲା ଖାଇବ ନାହିଁ, ବାନ୍ତି ହେବ, ଦେହ ଯାକ ଫଳିଯିବ,ନାଲି ପଡ଼ିଯିବ,ଜର ହେବ।ରାଜ୍ୟରେ ଏଭଳି କେତେ କେସ ଅଛି ଜାଣିବା ପାଇଁ ମେଡିକାଲ କଲେଜ ଗୁଡିକୁ ରିପୋର୍ଟ ମାଗିଥିଲୁ। ଆରଏମଆରସି ଏହି ଭାଇରଲ ଭାଇରସର ଚିହ୍ନଟ କରିବେ। ନମୁନା ସଂଗ୍ରହ କରାଯାଇ ପଠାଯିବ। ଏହା ହ୍ୟାଣ୍ଡ ମାଉଥ ଫୁଟ ରୋଗ ବୋଲି ସନ୍ଦେହ କରାଯାଉଛି। ଏହି ସନ୍ଦେହକୁ ଦୂର କରିବା ପାଇଁ ନମୁନା ସଂଗ୍ରହ କରି ଆରଏମଆରସିକୁ ପଠାଯିବ।
ଜିଲ୍ଲା ଓ ଶିଶୁ ରୋଗ ବିଶେଷଜ୍ଞମାନଙ୍କ ସହ ଏ ନେଇ ସ୍ୱାସ୍ଥ୍ୟ ବିଭାଗର ଆଲୋଚନା ଜାରି ରହିଛି। ଜିଲ୍ଲା ଚିକିତ୍ସାଳୟଗୁଡ଼ିକୁ ଆକ୍ରାନ୍ତ ଶିଶୁଙ୍କ ନମୁନା ସଂଗ୍ରହ କରି ପଠାଇବାକୁ ନିର୍ଦେଶ ଦିଆଯାଇଛି ବୋଲି ଜନସ୍ଵାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ