ଅପରାଧ ରାଜ୍ୟ

ମିଳିଲାନି ନ୍ୟାୟ, ଥାନାରେ ଆଗରେ କିରୋସିନି ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ମହିଳା

ମାଲକାନଗିର ୧୯।୦୫ : ନ୍ୟାୟ ନମିଳିବାରୁ ଥାନା ସମ୍ମୁଖରେ କିରୋସିନି ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । ମାଲକାନଗିରି ଆଦର୍ଶ ଥାନା ସମ୍ମୁଖରେ ଏଭଳି କିଛି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ମହିଳା ଜଣକ ହେଲେ ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ଗଙ୍ଗଲା ଗ୍ରାମର ସୁକାନ୍ତି ମାଝି ।

ଖବର ଅନୁଯୟାୟୀ, ଗତ ୯ ତାରିଖ ଦିନ ଗଙ୍ଗଳା ଗାଁର ୧୦ ରୁ ୧୨ ଜଣ ବ୍ୟକ୍ତି ସୁକାନ୍ତି ଓ ତାଙ୍କ ପରିବାର ଲୋକଙ୍କୁ ନିସ୍ତୁକ ମାଡ଼ ମାରିଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ୧୦ ତାରିଖ ଦିନ ମାଲକାନଗିରି ଆଦର୍ଶ ଥାନାରେ ମାମଲା ରୁଜୁ ହୋଇଥିଲେ ହେଁ ବର୍ତ୍ତମାନ ସୁଦ୍ଧା ମହିଳାଙ୍କୁ ନ୍ୟାୟ ନମିଳିବାରୁ ଥାନା ସମ୍ମୁଖରେ କିରୋସିନି ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ସ୍ଥାନୀୟ ଲୋକେ ସମ୍ପୃକ୍ତ ମହିଳାଙ୍କୁ ଉଦ୍ଧାର କରି ମାଲକାନଗିରି ମେଡିକାଲକୁ ନେଇଛନ୍ତି । ଜିଲ୍ଲା ସଦର ଚିକିତ୍ସାଳୟରେ ମହିଳାଙ୍କ ଚିକିତ୍ସା ଚାଲିଥିବା ବେଳେ ଘଟଣା ପରେ ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ମହିଳାଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରୁଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।