ମନୋରଞ୍ଜନ ରାଜ୍ୟ ସ୍ପେଶାଲ ରିପୋର୍ଟ

ଅବଶେଷରେ ମୁହଁ ଖୋଲିଲେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର: କହିଲେ, ଜଗନ୍ନାଥଙ୍କ ଡୋରି ଲାଗିଲେ ସାରା ଓଡ଼ିଶା ଝୁମିବ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭଜନ ଗାଇବାକୁ ମନା କରି ବିବାଦ ଘେରରେ ଥିବା କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅବଶେଷରେ ମୁହଁ ଖୋଲିଛନ୍ତି। ସେ ସୋସିଆଲ ମିଡିଆରେ ଏକ ଭିଡିଓ ଅପଲୋଡ୍ କରି କହିଛନ୍ତି, ମହାପ୍ରଭୁଙ୍କ ଗୀତ ଗାଇବାକୁ ମୋର ପାଳି ପଡ଼ିନାହିଁ, ମୋର ଡୋରି ଲାଗିନି। ଯେବେ ଡୋରି ଲାଗିବ, ସାରା ଓଡ଼ିଶା ଝୁମିବ। ଶ୍ରୀଜଗନ୍ନାଥଙ୍କ ଭଜନ ଗାଇବାକୁ ଇଚ୍ଛା ହେଉନି ବୋଲି ଶୁଣିବାକୁ ମିଳିଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଆମେ ସମସ୍ତେ ଭଲ ପାଉ। ଯେଉଁ ବଡ଼ଭାଇମାନେ ମୋ ନାଆଁରେ ଏଫଆଇଆର୍ ଦେଇଛନ୍ତି। ଭଗବାନ ସେମାନଙ୍କୁ ସଦବୁଦ୍ଧି ଦିଅନ୍ତୁ। ଦୟାକରି ମୋ ନାରେ ଏମିତି ମିଥ୍ୟା ଅପପ୍ରଚାର କରନ୍ତୁ ନାହିଁ। ଆମ ଦେଶ ସର୍ବଧର୍ମ ସମନ୍ବୟର ଦେଶ।

ସୂଚନାଯୋଗ୍ୟ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭଜନ ଗାଇବାକୁ ମନା କରିବା କଣ୍ଠଶିଳ୍ପୀଙ୍କ ପାଇଁ ଅଡ଼ୁଆ ସୃଷ୍ଟି କରିଛି। ଜଗନ୍ନାଥଙ୍କ ଭଜନ ଗାଇବା ତାଙ୍କ ଧର୍ମରେ ନାହିଁ ବୋଲି ହ୍ୟୁମାନ କହିଥିଲେ। ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ହ୍ୟୁମାନଙ୍କୁ ଗୀତ ଗାଇବାକୁ ବାଧ୍ୟ କରିବାରୁ ସେ ତାଙ୍କୁ ହତ୍ୟା ଧମକ ମଧ୍ୟ ଦେଇଛନ୍ତି। ଏହା ସହିତ ଜାପାନୀ କଟକ ଆସିଲେ ତାଙ୍କୁ ଜୀବନରୁ ମାରିଦେବେ ବୋଲି ଧମକ ଦେଇଛନ୍ତି। ଏନେଇ ଜାପାନୀ ଖାରବେଳନଗର ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୋଗକୁ ଭିତ୍ତିକରି ଘଟଣାର ତଦନ୍ତ କରୁଛି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ