ଅପରାଧ ରାଜ୍ୟ

ଗୋଚାଲାଣକାରୀଙ୍କ ଗୁଳିମାଡ଼ରେ ଦୁଇ ଗୋସେବକ ଗୁରୁତର

ଯଶିପୁର: ଆଜି ଭୋର୍ ୩ଟାରୁ ୪ଟା ମଧ୍ୟରେ ଯଶିପୁର ଟୋଲଗେଟ୍ ନିକଟରେ ଗୋସେବକଙ୍କ ଉପରକୁ ଗୋଚାଲାଣକାରୀମାନେ ଗୁଳିମାଡ଼ କରିଥିବାର ଖବର ମିଳିଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଥିବାର ସୂଚନା ମିଳିଛି। ଗୋଚାଲାଣ ଲାଗି ଗୋରୁ ଗାଡ଼ିକୁ ନେଇ ଯାଉଥିବା ବେଳେ ଗୋସେବକମାନେ ଅଟକାଇବାରୁ ଗୋଚାଲାଣକାରୀ ଗୁଳି ଚଳାଇଥିଲେ।

ସୂଚନା ଅନୁଯାୟୀ, ଜାତୀୟ ରାଜପଥ ବେଗୁନିଆ ନିର୍ମାଣାଧୀନ ଟୋଲ ପ୍ଲାଜା ନିକଟରେ ଗୋରୁ ଚାଲାଣ ଗାଡ଼ିର ସୁରକ୍ଷା ଦେଉଥିବା ଏସକର୍ଟ ପାର୍ଟି ସହିତ ମୁହାମୁହିଁ ହୋଇଥିଲେ ଦେବସେନା ବୋଲି କୁହାଯାଉଥିବା ବେଆଇନ୍ ଗୋ ଚାଲାଣ ବିରୋଧୀ ସଂଗଠନର କର୍ମୀ। ସେମାନେ ଗାଡ଼ିକୁ ଅଟକାଇବାରୁ ଗୋଚାଲାଣକାରୀ ଗୁଳି ଚଳାଇଥିଲେ। ଏଥିରେ ଦେବସେନାର ଦୁଇ କର୍ମୀ ଗୁଳିମାଡ଼ରେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗୋଟିଏ ଗୋରୁ ଗାଡ଼ି ଘଟଣା ସ୍ଥଳରେ ଅଟକି ରହିଛି। ଆଖପାଖର ଶତାଧିକ ଗ୍ରାମବାସୀ ପହଞ୍ଚିବାରୁ ଗୋଚାଲାଣକାରୀମାନେ ଛତ୍ରଭଙ୍ଗ ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ଏଣେ ୪୯ ନଂ ଜାତୀୟ ରାଜପଥ ସ୍ଥିତ ବିଶୋଇଠାରେ ମଧ୍ୟ ପୁଲିସ ଛାଉଣୀ ଅଛି। ଶତାଧିକ ଟ୍ରକକୁ ଅଟକ ରଖାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।