ଅପରାଧ ରାଜ୍ୟ

ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ, ବନ୍ଧାହେଲେ ଦୁଇ ଠକ

ଭୁବନେଶ୍ୱର ୨୧/୦୫: ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ । ଦୁଇଜଣ ଠକକୁ ଗିରଫ କରିଛି କମିଶନରେଟ ପୋଲିସ । ଦୁଇ ଠକ ହେଉଛନ୍ତି କଲିକତାର ଅମିତ ବାନାର୍ଜୀ ଓ ବିହାରର ବିକାଶ କୁମାର । ମେ ୫ରେ ପଲ୍ଲବୀ ସାହା ନାମକ ଯୁବତୀଙ୍କ ଅଭିଯୋଗରେ ତଦନ୍ତ କରିଥିଲା ପୋଲିସ । ଇନଫୋସିଟି ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ସିଟ୍ ଦେବାକୁ କହି ଟଙ୍କା ଠକିଥିଲେ ।

୩୦ଲକ୍ଷ ଟଙ୍କା ଠକେଇ ନେଇ ଅଭିଯୋଗ କରିଥିଲେ ପଲ୍ଲବୀ । ଗିରଫ ପରେ ଦୁଇ ଅଭିଯୁକ୍ତଙ୍କ ପାଖରୁ ୧୧ ଲକ୍ଷ ଜବତ ହୋଇଛି । ୧୦ ବର୍ଷ ହେଲାଣି ଦୁଇ ଠକ ଲୋକଙ୍କୁ ଠକୁଥିବା ନେଇ ଜଣାପଡୁଛି । ମେଡ଼ିକାଲ ପରୀକ୍ଷାର ରେଜଲ୍ଟ ଲିଷ୍ଟ ବାହାରିବା ପରେ ପ୍ରାର୍ଥୀଙ୍କୁ ଯୋଗାଯୋଗ କରୁଥିଲେ । ପ୍ରାଙ୍କ କଲ ଆପ ଜରିଆରେ ଫୋନ କରୁଥିଲେ ଠକ ।

ପ୍ରାଙ୍କ କଲ ଆପରେ କଲ କଲେ ଟ୍ରୁ କଲରେ କୌଣସି ନାଁ ଆସୁ ନଥିଲା । ଫେକ ଅଧାର କାର୍ଡ଼ ଓ କାଗଜପତ୍ର ବ୍ୟବହାର କରି ହୋଟେଲ ଓ ଫ୍ଲାଇଟ ରେ ଆସୁଥିଲେ ଠକମାନେ । ତେବେ ଏହି ଠକମାନେ ବିଭିନ୍ନ ରାଜ୍ୟରେ ଠକିଥିବା ନେଇ ଅଭିଯୋଗ ହୋଇଛି । ରିମାଣ୍ଡରେ ଆଣି ଜେରା କରାଯିବା ପରେ ଘଟଣା ଉପରୁ ପରଦା ହଟିବ ବୋଲି ପୋଲିସ କହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।