ଅପରାଧ ରାଜ୍ୟ

ବଜ୍ରପାତରେ ନାବାଳିକା ମୃତ, ୨ ଗୁରୁତର

ଆନନ୍ଦପୁର ୨୨।୦୫: ଆନନ୍ଦପୁର ବ୍ଲକ ପଣସଡିହା ପଞ୍ଚାୟତରେ ବଜ୍ରପାତ । ଏଥିରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଶନିବାର ରାତିରେ ହରଣାଭୋଳ ଗାଁର ଚମ ଦିଗିଙ୍କ ଦୁଇ ଝିଅ ଘର ବାରଣ୍ଡାରେ ବସି ଖାଉଥିଲେ । ଠିକ୍‌ ଏହି ସମୟରେ ବଜ୍ରପାତ ହୋଇଥିଲା । ଯେଉଁଥିରେ କି ବଡ଼ଝିଅ ପାଲ୍‌ ଗୁରୁତର ହୋଇଥିଲା । ସଙ୍ଗେ ସଙ୍ଗେ ତାଙ୍କୁ ନିକଟସ୍ଥ ଠାକୁରମୁଣ୍ଡା ଡାକ୍ତରଖାନରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।

ସେହିପରି ଅନ୍ୟପଟେ ପଣଡିହା ପଞ୍ଚାୟତ ବନିଆଜେଡି ଗାଁରେ ବଜ୍ରପାତ ଘଟି ଗେହ୍ଲା ଗୋଡସେରା ଓ କେଲା ଗୋଡ଼ସରା ନାମକ ୨ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଠାକୁରମୁଣ୍ଡା ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।