କଳା ଓ ସଂସ୍କୃତି ରାଜ୍ୟ

ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା ଆରମ୍ଭ, ୨୬ରେ ଜଳକ୍ରୀଡ଼ା କରିବେ ଚଳନ୍ତି ପ୍ରତିମା: ଶୀତଳଷଷ୍ଠୀ ସୁଦ୍ଧା ସରିବ ଚକ ଓ ଅଖ ନିର୍ମାଣ

ରୀ ୨୪/୦୫: ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ଯାଏଁ ଚାଲିବ । ଆସନ୍ତା ଜ୍ୟେଷ୍ଠ କୃଷ୍ଣ ଏକାଦଶୀ ଅର୍ଥାତ୍ ୨୬ରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ । ଏହି ୨୧ ଦିନ ମହାପ୍ରଭୁଙ୍କର ଚନ୍ଦନ ଓ ଆଲଟ ଲାଗି କରାଯିବ ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯାଇଛି । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି ।

ସେପଟେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି । ଗତ ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ତିନି ରଥର ଛଅଟି ଚକ ଡେରାଯିବା ପରେ ଏବେ ଭୂଇଁ, ମୁହାଁଟି ଓ ନିରାଡି କାର୍ଯ୍ୟ ଜାରି ରହିଛି । ଆସନ୍ତା ଶୀତଳଷଷ୍ଠୀ ସୁଦ୍ଧା ତିନିରଥର ସମସ୍ତ ୪୨ ଟି ଚକ ସହ ୨୧ ଟି ଅଖ ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ ଏହାର ସଂଯୋଗ କରାଯାଇ ଡ଼େରାଯିବାର ବିଧି ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,