ଅପରାଧ ରାଜ୍ୟ

ମର୍ମନ୍ତୁଦ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ, ମିଳିନି ପରିଚୟ

ସୋନପୁର ୨୫।୦୫ : ସୋନପୁର ଜିଲ୍ଲା ଖାରି-ବଇରଖମନ୍‌ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା । ଏହି ଦୁର୍ଘଟଣାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି । ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ ।

ଖବର ଅନୁଯାୟୀ, ବାଇକ୍ ଆରୋହୀ ଜଣକ ବଇରଖନନ ଗାଁରୁ ଦ୍ରୁତ ଗତିରେ ଆସୁଥିଲେ । ଠିକ୍‌ ଏହି ସମୟରେ ଗାଡ଼ି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିଲା । ଆଉ ବାଇକ୍ ରୁ ଛିଟିକି ପଡ଼ିଥିଲେ ଆରୋହୀ । ଯାହାଫଳରେ ତାଙ୍କ ମୁଣ୍ଡରୁ ପ୍ରବଳ ରକ୍ତ ସ୍ରାବ ହୋଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବାଇକ ଆରୋହୀଙ୍କୁ ଉଦ୍ଧାର କରି ଜିଲ୍ଲା ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ସୋନପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।