ଭଦ୍ରକ ୨୬।୦୫: ଟ୍ରକ୍କୁ ପଛପଟୁ ପିଟିଲା ଯାତ୍ରୀବାହୀ ଅଟୋ। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।
ଖବର ଅନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ରିଲାୟନ୍ସ ପେଟ୍ରୋଲ ପମ୍ପ ନିକଟରେ ରାସ୍ତା କଡ଼ରେ ଥିବା ଏକ ଟ୍ରକ୍କୁ ଯାଜପୁର ପଟୁ ଆସୁଥିବା ଏକ ଯାତ୍ରୀବାହୀ ଅଟୋ ଧକ୍କା ଦେଇଛି । ଯାହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।