ଅପରାଧ ରାଜ୍ୟ

ବିଲକୁ ଯିବା ବେଳେ ଲାଗିଲା ବିଦ୍ୟୁତ୍‌ ଝଟ୍‌କା, ଚାଲିଗଲା ମହାଦେବଙ୍କ ଜୀବନ

ବାଙ୍କୀ ୩୦।୦୫ : ବିଦ୍ୟୁତ ତାର ସଂସ୍ପର୍ଶ ଆସି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମହାଦେବ ସାହୁ ବୋଲି ଜଣାପଡିଛି । ବାଙ୍କି ଥାନା ଭେଡ଼ା ରାମଚନ୍ଦ୍ରପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ଖବର ଅନୁଯାୟୀ, ସୋମବାର ସକାଳ ସମୟରେ ମହାଦେବ ବିଲକୁ କାମ କରିବାକୁ ଯାଉଥିଲେ । ଠିକ୍‌ ଏହି ସମୟରେ ପାଖ ଜମିରେ ଜଙ୍ଗଲୀ ବାର୍‌ହା ଶିକାର ପାଇଁ ଖଞ୍ଜା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶ ଆସିଥିଲେ ମହାଦେବ । ଯାହାଫଳରେ ସେ ଗୁରୁତର ହୋଇ ପଡିଯାଇଥିଲେ । ତୁରନ୍ତ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ବାଙ୍କି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।

ସେପଟେ ମୃତ୍ୟୁ ଖବର ପାଇ ପରିବାରରେ ଶୋକର ଛାୟା ଖେଳିଯାଇଛି । ଅଞ୍ଚଳରେ ବାରମ୍ବାର ଏଭଳି ଘଟଣା ଘଟୁଥିବା ନେଇ ଅସନ୍ତୋଷ ପ୍ରକାଶ କରିଥନ୍ତି ସ୍ଥାନୀୟଲୋକେ । ତୁରନ୍ତ ପଦକ୍ଷେପ ନେଇ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ଦାବି ଉଠିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।