ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ବାହାରିଲେ ୬ ଜଣ କୋଭିଡ ପଜିଟିଭ

ଭୁବନେଶ୍ଵର ୩୦।୦୫ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୩୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ ଜଣ, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୮୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୩୫୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ