ଅପରାଧ ରାଜ୍ୟ

ପୋଖରୀରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ୨ ଦିନ ହେବ ଥିଲେ ନିଖୋଜ

ସୋର ୧।୬: ପୋଖରୀରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ବାଲେଶ୍ବର ଜିଲ୍ଲା ସୋର ଥାନା ନଟାପଡା ପଂଚାୟତ ତିଳିଦା ଗାଁର ସନାତନ ମଲ୍ଲିକଙ୍କ ପୁଅ ବସନ୍ତ ଗତ ଦୁଇ ଦିନ ହେବ ନିଖୋଜ ଥିଲେ । ସନାତନ ପରିବାର ପକ୍ଷରୁ ବସନ୍ତ ନିଖୋଜ ଥିବା ସୋର ଥାନାରେ ଅଭିଯୋଗ କରିଥିଲେ ।

ମଙ୍ଗଳବାର ରାତିରେ ବସନ୍ତଙ୍କ ଶବ ଗ୍ରାମ ରାଧାକୃଷ୍ଣ ପୋଖରୀରେ ଭାସୁଥିବା ତାଙ୍କ ପରିବାର ପକ୍ଷରୁ ପୋଲିସକୁ ଖବର ଦିଆଯାଇଥିଲା । ଖବର ପାଇ ପୋଲିସ ବୁଧବାର ସୋର ଦମକଳ ବାହିନୀ ସହାୟତାରେ ବସନ୍ତଙ୍କ ଶବକୁ ଉଦ୍ଧାର କରି ସ୍ବେଚ୍ଛାସେବୀ ସଂଗଠନ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ପଠାଇଥିଲେ । ଯୁବକଙ୍କ ମୃତ୍ୟୁ ନେଇ ତାଙ୍କ ପରିବାର ଲୋକ ସନ୍ଦେହ ପ୍ରକାଶ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।