ଅପରାଧ ରାଜ୍ୟ

ଅଭାବନୀୟ : ବୃଦ୍ଧାଙ୍କୁ କଚାଡି ମାରିଲା ଦନ୍ତା ହାତୀ

ଢେଙ୍କାନାଳ ୧।୬: ଢେଙ୍କାନାଳ ସଦର ବନାଞ୍ଚଳର ନେଉଳ ପୋଇ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ନେଉଳ ପୋଇ ଗ୍ରାମର ବନିତା ସାମଲ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ବନିତା ବୁଧବାର ଭୋର ସମୟରେ ଘର ପଛ ପଟକୁ ଯାଇଥିବା ବେଳେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା । ହାତୀ ତାଙ୍କୁ ଟେକି କଚାଡି ଦେବାରୁ ସେ ଗୁରୁତର ହୋଇଥିଲେ । ପରିବାର ପକ୍ଷରୁ ତାଙ୍କୁ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ମାତ୍ର ଅଧା ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ସଦର ବନ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।