ଅପରାଧ ରାଜ୍ୟ

ଜଗା ଦର୍ଶନ ପାଇଁ ଯାଉଥିବା ବେଳେ କାର ଦୁର୍ଘଟଣା, ୮ ଗୁରୁତର

ବୌଦ୍ଧ ୦୪/୦୬: ଜଗା ଦର୍ଶନ ପାଇଁ ପୁରୀ ଯାଉଥିବା ବେଳେ କାର ଦୁର୍ଘଟଣାଗ୍ରସ୍ତ । ୮ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ସମସ୍ତ ଗୁରୁତର ବରଗଡ଼ ଅଞ୍ଚଳର । ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଅନ୍ତର୍ଗତ ବାଘନଦୀ ପୋଲ ବାଡ଼ ଉପରେ କାର ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

ସୂଚନା ଅନୁଯାୟୀ ବରଗଡ଼ ଅଞ୍ଚଳର ୮ ଜଣ ଯୁବକ ଗୋଟିଏ ଏର୍ଟିଗା କାର ଯୋଗେ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଅଭିମୁଖେ ବାହାରିଥିଲେ । ହେଲେ ଭୋର ସକାଳ ସମୟରେ ବାଉଁଶୁଣି ନିକଟସ୍ଥ ବାଘନଦୀ ପୋଲ ଉପରେ ଥିବା ବାଡ଼ା ଉପରେ ଭାରସାମ୍ୟ ହରାଇ କାରଟି ପିଟି ହୋଇଥିଲା । ଫଳରେ କାରରେ ଥିବା ୮ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ ।

ଖବର ପାଇ ବାଉଁଶୁଣି ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ବାଉଁଶୁଣି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତ ଗୁରୁତରଙ୍କୁ ସୋନପୁର ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରିତ କରାଯାଇଛି । ସେପଟେ ବାଉଁଶୁଣି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।