ଅପରାଧ ରାଜ୍ୟ

ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍ ଘଟଣା: ବନ୍ଧାହେଲେ ଦୁଇ ଅଭିଯୁକ୍ତ

ବୌଦ୍ଧ ୦୫/୦୬: ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ଅନ୍ତର୍ଗତ ମାଧପୁର ସ୍ଥିତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରୁ ଗତ ଶୁକ୍ରବାର ରାତିରେ ତାଲା କାଟି ପ୍ରାୟ ଲକ୍ଷେ ଟଙ୍କା ଚୋରି କରିନେଇଥିବା ଘଟଣାରେ ପୋଲିସ ୨ ଅଭିଯୁକ୍ତକୁ ଗିରଫ କରିଛି । ସୂଚନା ଅନୁଯାୟୀ ଗତ ଶୁକ୍ରବାର ରାତିରେ ମାଧପୁର ସ୍ଥିତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ମୁଖ୍ୟ ଗେଟର ତାଲା କାଟି ବ୍ୟାଙ୍କର ୧ ଲକ୍ଷ ଟଙ୍କା ଚୋରୀ କରିନେଇଯାଇଥିଲେ ।

ଏନେଇ ବ୍ୟାଙ୍କ ପକ୍ଷରୁ ପୁରୂଣାକଟକ ଥାନାରେ ଗୁରୁବାର ଦିନ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ପୋଲିସ ବ୍ୟାଙ୍କରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରି ଚୋର ମାନଙ୍କୁ ଚିହ୍ନଟ କରିପାରିଥିଲା । ସିସିଟିଭି ଫୁଟେଜ ଆଧାରରେ ପୋଲିସ ନୟାଗଡ ଜିଲାରୁ ଆସି ମାଧପୁର ନିକଟସ୍ଥ ଗୋଛାବାରୀ ସାହି ଠାରେ ରହୁଥିବା ହରିହର ପ୍ରଧାନ ଓ କଟକ ଜିଲାରୁ ଆସି ମାଧପୁର ଠାରେ ରହୁଥିବା ଜିତେନ୍ଦ୍ର କୁମାର ସାହୁଙ୍କୁ ଗିରଫ କରିଥିଲା ।

ପୋଲିସ ହରିହର ଠାରୁ ୮୦ ହଜାର ଟଙ୍କା ଜବତ କରିବା ସହ ଲୁଟରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ପୋଲିସ ୨ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ଏହି ଘଟଣାରେ ଆଉ ୨ ଜଣ ଅଭିଯୁକ୍ତ ଫେରାର ଥିବା ଜଣାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।