ଅପରାଧ ରାଜ୍ୟ

ଆମ୍ବଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ଭୁବନ ୦୬।୦୬ : ଅଚିହ୍ନା ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ । ଢେଙ୍କାନାଳ ଜିଲ୍ଲା ଭୁବନ ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ଜାତୀୟ ରାଜପଥ କଡ଼ରେ ଥିବା ଆମ୍ବଗଛରୁ ମୃତଦେହ ଠାବ ହୋଇଛି । ଭୁବନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୋମବାର ସକାଳୁ କିଛି ଲୋକେ ସେହି ରାସ୍ତା ଦେଇ ଯାଉଥିବା ସମୟରେ ଆମ୍ବଗଛରେ ମୃତଦେହ ଝୁଲୁଥିବାର ଦେଖିଥିଲେ । ଏକ ରଶି ସହାୟତାରେ ଯୁବକଙ୍କ ମୃତଦେହ ଝୁଲୁଥିଲା । ଏହାପରେ ତୁରନ୍ତ ଭୁବନ ପୋଲିସକୁ ଖବର ଦେଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ନିମନ୍ତେ ନିକଟସ୍ଥ ମେଡିକାଲକୁ ପଠାଇଛି । ତେବେ ପାରିପାଶ୍ୱିକ ସ୍ଥିତିରୁ ଏହା ଆତ୍ମହତ୍ୟା ବୋଲି ଅନୁମାନ କରାଯାଉଛି । କିନ୍ତୁ ଏହା ହତ୍ୟା ନା ଆତ୍ମହତ୍ୟା , ତାହା ପୋଲିସର ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବୋଲି ସ୍ଥାନୀୟଲୋକେ ଦାବି କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।