ଅପରାଧ ରାଜ୍ୟ

ଶୌଚ ହେବାକୁ ଯାଇଥିବା ବେଳେ ପଡିଗଲେ ଦନ୍ତା ହାବୁଡରେ, ବୃଦ୍ଧଙ୍କୁ କଚାଡି ମାରିଲା ହାତୀ

ଢେଙ୍କାନାଳ ୬।୬: ଘର ପଛ ପଟକୁ ଶୌଚ ହେବାକୁ ଯାଇଥିବା ବେଳେ ବୃଦ୍ଧଙ୍କୁ କଚାଡି ମାରିଲା ଦନ୍ତା ହାତୀ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ଅନ୍ତର୍ଗତ ବମ୍ପା ସେକ୍ସନର ଭିଙ୍ଗିରା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଏହି ବନାଞ୍ଚଳରେ ବାରମ୍ବାର ହାତୀ ଆକ୍ରମଣରେ ଜଣଙ୍କ ପରେ ଜଣଙ୍କର ଜୀବନ ଯାଉଛି ।

ସୂଚନାଯୋଗ୍ୟ ଯେ, ଭିଙ୍ଗିରି ଗାଁର ଜଣେ ବ୍ୟକ୍ତି ସୋମବାର ସକାଳେ ଘର ପଛ ପଟକୁ ଶୌଚ ହେବାକୁ ଯାଇଥିଲେ । ସେହି ସମୟରେ ସେ ଗାଁକୁ ପଶି ଆସିଥିବା ଏକ ଦନ୍ତା ହାତୀ ହାବୁଡ଼ରେ ପଡିଯାଇଥିଲେ । ଦନ୍ତା ତାଙ୍କୁ ଟେକି କଚାଡି ଦେଇଥିଲା । ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ପରିବାର ଲୋକେ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାକୁ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା । ମୃତକ ହେଲେ ଭିଙ୍ଗିରା ଗ୍ରାମର ୭୦ ବର୍ଷ ବୟସ୍କ ନିରୂପା ସାମଲ । ହିନ୍ଦୋଳ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।