ଅପରାଧ ରାଜ୍ୟ

ବିଦ୍ୟୁତ ସଂସ୍ପର୍ଶରେ ଆସି ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା

ସାଲେପୁର ୬।୬: କଟକ ଜିଲ୍ଲା ସାଲେପୁର ବ୍ଲକ୍ ପ୍ରଧାନପଡା ଗ୍ରାମରେ ଅଘଟଣ । ବିଦ୍ୟୁତ ବିଭାଗରେ କାର୍ଯ୍ୟରତ ଥିବା କର୍ମଚାରୀଙ୍କର ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଛି । ସେ ପ୍ରଧାନପଡାଠାରେ ବିଦ୍ୟୁତ ବିଭାଗରେ କାମ କରୁଥିଲେ । ତାଙ୍କୁ ବିଦ୍ୟୁତ ବିଭାଗ ପକ୍ଷରୁ କୌଣସି ସେଫ୍ଟି ସରଞ୍ଜାମ ଦିଆଯାଇନଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।

ମୃତ ବିଦ୍ୟୁତ କର୍ମଚାରୀ ଜଣଙ୍କ ହେଲେ ସାଲେପୁର ସତ୍ୟଭାମାପୁର ଗ୍ରାମର ବଳରାମ ଦାସଙ୍କ ପୁଅ ଜୟନ୍ତ ଦାସ । ଜୟନ୍ତ ଟିପିସିଓଡିଏଲ ବହୁଗ୍ରାମ ସେକ୍ସନରେ କାର୍ଯ୍ୟରତ ଥିଲେ । ଶବ ବ୍ୟବଚ୍ଛେଦ ପରେ ପରିବାର ଓ ସ୍ଥାନୀୟ ଲୋକେ ପରିବାରର ଜଣଙ୍କୁ ଚାକିରୀ ଦେବା ସହ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ବହୁଗ୍ରାମ ଟିପିସିଓଡିଏଲ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।