ଅପରାଧ ରାଜ୍ୟ

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ବାପା ଓ ପୁଅ ମୃତ

ଖୋର୍ଦ୍ଧା ୮।୬: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚକାପଦାଠାରେ ବାଇକ୍-କାର୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ବାଇକ୍ ଆରୋହୀ ବାପ-ପୁଅଙ୍କ ମୃତ୍ୟୁ ହୋଇଛି । ମୃତକ ବାପା ବୋଲଗଡର ମଧୁସୂଦନ ଦାସ ଓ ପୁଅ କ୍ଷୀରୋଦ ଦାସ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ମଧୁସୂଦନ ଓ ତାଙ୍କ ପୁଅ ବୋଲଗଡରୁ କୌଣସି କାର୍ଯ୍ୟରେ ଖୋର୍ଦ୍ଧା ଅଭିମୁଖେ ଯାଉଥିଲେ । ଖୋର୍ଦ୍ଧା ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ଚକାପଦାଠାରେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ବାଇକକୁ ଧକ୍କା ଦେଇଥିଲା । ଫଳରେ ବାଇକ୍‌ରେ ଥିବା ବାପା-ପୁଅଙ୍କ ମୃତ୍ୟୁ ହୋଇଛି । ସେପଟେ କାର୍ ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ବେଗୁନିଆ ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।